www.samajalive.in
Monday, December 15, 2025
15.1 C
Bhubaneswar

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗ

ନୂଆପଡ଼ା : ମାଟ୍ରିକ ପରୀକ୍ଷା ଆରମ୍ଭରୁ ବିଭ୍ରାଟ ସୃଷ୍ଟି ହୋଇଛି । ପରୀକ୍ଷାର ପ୍ରଥମ ଦିନର ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି । ନୂଆପଡ଼ା  ଓ ଢେଙ୍କାନାଳ ଜିଲାରେ ମୋବାଇଲରୁ ମୋବାଇଲ ଘୁରି ବୁଲୁଛି ଓଡ଼ିଆ ମାତୃଭାଷା ପ୍ରଶ୍ନପତ୍ର । ପରୀକ୍ଷା ଶେଷ ହେବାର କିଛି ସମୟ ପୂର୍ବରୁ ସୋଶିଆଲ ମିଡିଆ ପ୍ରଶ୍ନପତ୍ର ଭାଇରାଲ ହୋଇଛି । ଏହାକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକ ମଧ୍ୟରେ ଅସନ୍ତୋଷ ଓ ଆଶଙ୍କା ପ୍ରକାଶ ପାଇଛି । ତେବେ କ୍ଲାସରୁମ ମଧ୍ୟକୁ ମୋବାଇଲ ଫୋନ ନେବା ବନ୍ଦ କରାଯାଇଥିବା ବେଳେ କେଉଁ ପରିସ୍ଥିତିରେ ପ୍ରଶ୍ନପତ୍ର ଭାଇରାଲ ହେଲା ସେ ନେଇ ଏବେ ପ୍ରଶ୍ନ ଉଠିଛି ।

ଅନ୍ୟ ପକ୍ଷରେ ପ୍ରଶ୍ନପତ୍ର ଭାଇରାଲ ହେବା ଘଟଣାକୁ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଖଣ୍ଡନ କରିଛନ୍ତି । ଏହା ଗୁଜବ ବୋଲି ମନ୍ତ୍ରୀ କହିଛନ୍ତି । ଏହାକୁ ନେଇ ତଦନ୍ତ କରାଯିବ ଏବଂ କଡ଼ା ସୁରକ୍ଷା ବଳୟରେ ପ୍ରଶ୍ନପତ୍ରକୁ ରଖାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories