ବିଜେଡି ଛାଡିଲେ ରବି ମଲ୍ଲିକ
ଭୁବନେଶ୍ବର : କାକଟପୁରର ପୂର୍ବତନ ବିଧାୟକ ରବି ମଲ୍ଲିକ ବିଜେଡି ଛାଡିଛନ୍ତି । ଶୁକ୍ରବାର ରବି ମଲ୍ଲିକ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏହା ସହ ଯୋଜନା ବୋର୍ଡ ସଦସ୍ୟ ପଦରୁ ମଧ୍ୟ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି । ୨୦୦୯ରୁ ୨୦୧୪ ପର୍ୟ୍ୟନ୍ତ ସେ ବିଜେଡିରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ତେବେ ତାଙ୍କ ଇସ୍ତଫା ପଛର କାରଣ ଜଣାପଡିନାହିଁ । ବିଜେଡି ଛାଡିଲା ପରେ ରବି ମଲ୍ଲିକ ବିଜେପିରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି ।
Comments are closed.