www.samajalive.in
Monday, December 15, 2025
24.1 C
Bhubaneswar

ଏସବିଏଇଏମ ସ୍କୁଲରେ ରାଧାକୃଷ୍ଣ ବେଶ ପ୍ରତିଯୋଗିତା

ଆଠଗଡ : ଆଠଗଡ ସହରର ଅଶୋକନଗରସ୍ଥିତ ସ୍ୱାମୀ ବିବେକାନନ୍ଦ ଆଡଭାନ୍ସଡ ଇଂଲିଶ ମିଡିୟମ ସ୍କୁଲରେ ପବିତ୍ର ଜନ୍ମାଷ୍ଟମୀ ଅବସରରେ କୁନିକୁନି ଛାତ୍ରଛାତ୍ରୀଙ୍କ ମଧ୍ୟରେ ରାଧାକୃଷ୍ଣ ବେଶ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ସମାଜସେବୀ ଲକ୍ଷ୍ମୀନାରାୟଣ ଭଞ୍ଜ ଓ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରାଣୀ ବିଭାଗ ଉପନିର୍ଦ୍ଦେଶକ ରଞ୍ଜିତ କୁମାର ଦାଶ ଯୋଗଦେଇ ଉଦ୍‌‌ବୋଧନ ଦେଇଥିଲେ। ସ୍କୁଲ ପରିଚାଳନା କମିଟି ସଭାପତି ଅଶୋକ କୁମାର ମହାନ୍ତିଙ୍କ ପୌରୋହିତ୍ୟରେ ଓ ସଭ୍ୟ ବିଭୂତି ଭୂଷଣ ଖଟୁଆଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ବହୁ ଛାତ୍ରଛାତ୍ରୀ ରାଧାକୃଷ୍ଣ ବେଶ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ନୃତ୍ୟଗୁରୁ ସୁଶାନ୍ତ କୁମାର ଗୁରୁ ଓ ପ୍ରଦୀପ କୁମାର ଭଞ୍ଜ ବିଚାରକ ଭାବେ ବେଶ ପ୍ରତିଯୋଗିତାର ମୂଲ୍ୟାୟନ କରିଥିଲେ। କୃତି ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ। ବିଦ୍ୟାଳୟ ସଂପାଦକ ତଥା ଶିକ୍ଷକ ପ୍ରକାଶ ଚନ୍ଦ୍ର ପୁହାଣ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଶିକ୍ଷୟିତ୍ରୀ ସୁଚିସ୍ମିତା ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ। କମିଟିର ସଦସ୍ୟ ଅଶୋକ କୁମାର ଦାଶ, ଶିକ୍ଷୟିତ୍ରୀ ଯବାମିତ୍ରା ବେହେରା, ଅନିତା ନାୟକ, ଲିପ୍ସା ଗଡନାୟକ, ନଳିନୀ ବେହେରା ପ୍ରମୁଖ ସହଯୋଗ କରିଥିଲେ।

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories