www.samajalive.in
Saturday, December 6, 2025
16.1 C
Bhubaneswar

ବିଜେଡିରେ ମିଶିଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା

ସମ୍ବଲପୁର : ବ୍ରଜରାଜନଗରର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ବିଜେଡିରେ ​ଯୋଗଦେଇଛନ୍ତି।  ବୁଧବାର ସନ୍ଧ୍ୟାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଥିଲେ। ଏହାପୂର୍ବରୁ ରାଧାରାଣୀ ବିଜେପି ରାଜ୍ୟ ସଭାପତିଙ୍କୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଥିଲେ ।  ସୂଚନାଯୋଗ୍ୟ ଯେ, ରାଧାରାଣୀ ୨୦୧୪ ମସିହାରେ ବିଜେପି ଟିକଟରେ ବ୍ରଜରାଜନଗରରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ୨୦୧୯ ନିର୍ବାଚନ ଓ ୨୦୨୨ ଉପନିର୍ବାଚନରେ ସେ ଯଥାକ୍ରମେ କିଶୋର ମହାନ୍ତି ଓ ଅଳକା ମହାନ୍ତିଙ୍କ ଠାରୁ ପରାଜିତ ହୋଇଥିଲେ। ଏପରିକି ୨୦୦୯ ମସିହାରେ ରାଧାରାଣୀ ବରଗଡ଼ ବିଜେପି ଲୋକସଭା ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ି ପରାଜିତ ହୋଇଥିଲେ। ତାଙ୍କ ଯୋଗଦାନ ପରେ ବିଜେଡି ସୁଦୃଢ ହେବ ବୋଲି ଶ୍ରୀ ଦାସ ଦୃଢୋକ୍ତି ପ୍ରକାଶ କରିଛନ୍ତି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories