www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ରଘୁବର ଦାସ

ଡେସ୍କ: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ଆଜି ପୂର୍ବାହ୍ନ ୧୧.୪୫ ମିନିଟରେ ରାଜଭବନର ଅଭିଷେକ ହଲ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ସେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ଆସିଥିବା ୱାରେଣ୍ଟ ପାଠ କରିବା ପରେ ଶପଥ ଗ୍ରହଣ କାର୍ଯ୍ୟ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଥିଲା।

ଓଡିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡଃ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ନବ ନିଯୁକ୍ତ ରାଜ୍ୟପାଳଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହାପରେ ରାଜ୍ୟପାଳ ରଘୁବର ଦାସ ରାଜଭବନ ପୁସ୍ତିକାରେ ସ୍ଵାକ୍ଷର କରିଥିଲେ। ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଯୋଗ ଦେଇଥିଲେ। ପରେ ରାଜ୍ୟପାଳ ଶ୍ରୀ ଦାସଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା।

- Advertisement -


ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ଅବିଭକ୍ତ ବିହାର ବିଧାନସଭାକୁ ଜାମଶେଦପୁର ଇଷ୍ଟ ଆସନରୁ ୧୯୯୫ରେ ପ୍ରଥମ ଥର ନିର୍ବାଚିତ ହେବା ପରେ ଲଗାତାର ଭାବେ ୨୦୦୦, ୨୦୦୫, ୨୦୦୯ ଓ ୨୦୧୪ରେ ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବାବୁଲାଲ ମାରାଣ୍ଡିଙ୍କ ମନ୍ତ୍ରୀମଣ୍ଡଳରେ ପ୍ରଥମ ଥର ମନ୍ତ୍ରୀ ପଦ ପାଇଥିଲେ ଓ ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ସେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ରହିଥିଲେ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories