www.samajalive.in
Monday, December 15, 2025
15.1 C
Bhubaneswar

ରଘୁବର ଦାସ ହେବେ ଓଡିଶାର ନୂଆ ରାଜ୍ୟପାଳ

ଡେସ୍କ: ଓଡିଶାର ନୂଆ ରାଜ୍ୟପାଳ ଭାବେ ରଘୁବର ଦାସଙ୍କୁ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଭବନରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ଏବେର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନରେ ଅବସ୍ଥାପିତ ହେବେ। ସେହିପରି ତ୍ରିପୁରାର ନୂଆ ରାଜ୍ୟପାଳ ଭାବେ ଇନ୍ଦ୍ରସେନା ରେଡ୍ଡୀ ନଲ୍ଲୁଙ୍କୁ ନିଯୁକ୍ତି ମିଳିଛି।

ସୂଚନା ଅନୁସାରେ, ଶ୍ରୀ ଦାସ ୧୯୫୫ ମସିହାରେ ମେ’ ୩ ତାରିଖରେ ଜାମସେଦପୁରରେ ଜନ୍ମଗ୍ରହଣ କରିଥିଲେ। ଜାମସେଦପୁର କୋଅପରେଟିଭ୍ କଲେଜରୁ ଶିକ୍ଷା ଲାଭ କରିଥିଲେ। ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରି ଟାଟା ଷ୍ଟିଲ୍ କମ୍ପାନୀରେ ଯୋଗ ଦେଇଥିଲେ। ୧୯୭୭ରେ ଜନତା ପାର୍ଟିରେ ଯୋଗଦାନ ଏବଂ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ। ରଘୁବର ୫ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ। ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର ମଧ୍ୟ କାର୍ଯ୍ୟ କରିଛନ୍ତି। ଜାମସେଦପୁର (ପୂର୍ବ) ବିଧାନସଭା ଆସନରୁ ସେ ବିହାର ବିଧାନସଭାକୁ ୧୯୯୫ରେ ନିର୍ବାଚିତ ହୋଇଥିଲେ ଏବଂ ୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ। ୨୦୦୫ରେ ଅର୍ଜୁୁନ ମୁଣ୍ଡାଙ୍କ ନେତୃତ୍ବାଧୀନ ଝାଡ଼ଖଣ୍ଡ ବିଜେପି ସରକାରରେ ସେ ସହରାଞ୍ଚଳ ବିକାଶ ମନ୍ତ୍ରୀ ରୂପେ ଦାୟିତ୍ବ ତୁଲାଇଥିଲେ। ୨୦୦୯ରେ ସେ ଶିବୁ ସୋରେନଙ୍କ ସରକାରରେ ଉପମୁଖ୍ୟମନ୍ତ୍ରୀ ପଦରେ ଅବସ୍ଥାପିତ ହୋଇଥିଲେ। ୨୦୧୪ରେ ସେ ବିଜେପି ଜାତୀୟ କମିଟିରେ ସ୍ଥାନ ପାଇଥିଲେ ଓ ତାଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ପଦ ମିଳିଥିଲା। ସେହିବର୍ଷ ବିଜେପି ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଝାଡ଼ଖଣ୍ଡର ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ହୋଇଥିଲେ ରଘୁବର ଦାସ। ସୂଚନାଯୋଗ୍ୟ, ପ୍ରଫେସର ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ଗତ ମେ’ ୨୯ ତାରିଖରେ ଶେଷ ହୋଇଥିଲା। ଏହାପରେ ନୂତନ ରାଜ୍ୟପାଳଙ୍କ ନାମ ଘୋଷଣା ହୋଇନଥିବାରୁ ସେ ଦାୟିତ୍ବରେ ଥିଲେ।

- Advertisement -

https://presidentofindia.nic.in/press_releases/press-communique-2

ଅନ୍ୟପକ୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତ୍ରିପୁରାର ରାଜ୍ୟପାଳ ଭାବେ ଇନ୍ଦ୍ର ସେନ ରେଡ୍ଡୀ ନାଲ୍ଲୁଙ୍କୁ ମଧ୍ୟ ନିଯୁକ୍ତି ଦେଇଛନ୍ତି। ସେ ତେଲେଙ୍ଗାନା ବିଜେପିର ଜଣେ ବରିଷ୍ଠ ନେତା। ସେ ୩ ଥର ବିଧାୟକ ମଧ୍ୟ ହୋଇଥିଲେ। ଉଭୟ ନୂଆ ଦାୟିତ୍ୱ ଗ୍ରହଣ କରିବା ଦିନ ଠାରୁ ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ରାଜ୍ୟପାଳ ଭାବେ କାର୍ଯ୍ୟ କରିବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories