www.samajalive.in
Tuesday, December 9, 2025
15.1 C
Bhubaneswar

କରୋନାରେ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଯଶୋବନ୍ତଙ୍କ ଦେହାନ୍ତ

ଭୁବନେଶ୍ୱର : କରୋନାରେ ପ୍ରସିଦ୍ଧ ଭାସ୍କର୍ୟ୍ୟ ଶିଳ୍ପୀ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ର ଯଶୋବନ୍ତ ମହାପାତ୍ରଙ୍କ ଆଜି ଦେହାନ୍ତ ହୋଇଛି। ଯଶୋବନ୍ତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ଗତକାଲି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସମ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି। ଗତକାଲି ତାଙ୍କ ସାନ ଭାଇ ପ୍ରଶାନ୍ତ ମହାପାତ୍ରଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଦିନ ତଳେ ବାପା ରଘୁନାଥ ମହାପାତ୍ରଙ୍କର ଦେହାନ୍ତ ହୋଇଥିଲା।
ସୂଚନାଯୋଗ୍ୟ, ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କର ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ୭୮ ବୟସରେ ଦେହାନ୍ତ ହୋଇଥିଲା। କରୋନାରେ ଆକ୍ରାନ୍ତ ହୋଇ ସେ ଏପ୍ରିଲ ୨୨ରେ ଏମ୍‌ସରେ ଭର୍ତ୍ତି ହୋଇଥିଲେ। ଜଣେ ଲବ୍ଧ ପ୍ରତିଷ୍ଠିତ ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ଭାବେ ସେ ଆନ୍ତର୍ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିଲେ। ରଘୁନାଥ ମହାପାତ୍ର ପଦ୍ମଶ୍ରୀ, ପଦ୍ମ ଭୂଷଣ ଓ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories