www.samajalive.in
Sunday, December 14, 2025
23.1 C
Bhubaneswar

ରଘୁ ମହାନ୍ତି ଉଠା ଜଳସେଚନ ନିଗମ ଅଧ୍ୟକ୍ଷ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଉଠା ଜଳସେଚନ ନିଗମ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି।  ତାଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଏ ସଂକ୍ରାନ୍ତ ସୂଚନା ପ୍ରଦାନ କରାଯାଇଛି। ଦୀର୍ଘଦିନ ଧରି ଦଳୀୟ କାର୍ୟ୍ୟକ୍ରମରୁ ଦୂରରେ ଥିବା ଶ୍ରୀ ମହାନ୍ତିଙ୍କୁ ଗତ ମାର୍ଚ୍ଚ ୧୬ ତାରିଖରେ ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ ଉପ ସଭାପତି ସମେତ ତାଙ୍କୁ ଢ଼େଙ୍କାନାଳ ଜିଲା ପାଇଁ ଦଳୀୟ ପର୍ୟ୍ୟବେକ୍ଷକ ଭାବେ ଦାୟିତ୍ୱ ପ୍ରଦାନ କରିଥିଲେ। ବୋହୂ ବର୍ଷା ସୋନୀଙ୍କ ଅଭିଯୋଗ  ମାମଲାରେ ଶ୍ରୀ ମହାନ୍ତି ୨୦୧୩ ମସିହା ମାର୍ଚ୍ଚ ମାସରେ ମନ୍ତ୍ରିପଦରୁ ଇସ୍ତଫା ଦେଇଥିଲେ। ପରେ ତାଙ୍କୁ ବିଜେଡି ଉପ ସଭାପତି ପଦରୁ ବାଦ ଦିଆଯାଇଥିଲା। ୨୦୧୪ ନିର୍ବାଚନରେ ଶ୍ରୀ ମହାନ୍ତି ଦଳୀୟ ଟିକେଟରୁ ବଞ୍ଚିତ ହୋଇଥିଲେ।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories