www.samajalive.in
Friday, December 5, 2025
23.1 C
Bhubaneswar

ବଲାଙ୍ଗୀରରେ ରାହୁଲ ଗାନ୍ଧୀ; ବିଜେପି ଉପରେ ବର୍ଷିଲେ; କଂଗ୍ରେସ ଆସିଲେ କୋଟିଏ ଲକ୍ଷପତି ସୃଷ୍ଟି କରିବ

ବଲାଙ୍ଗୀର: ବଲାଙ୍ଗୀରରେ ଆୟୋଜିତ ଜନ ଆଶୀର୍ବାଦ ସଭାରେ ଯୋଗ ଦେଇଛନ୍ତି କଂଗ୍ରେସ ବରିଷ୍ଠ ନେତା ରାହୁଲ ଗାନ୍ଧୀ। ସଭାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ରାହୁଲ। ବିପୁଳ ପରିମାଣରେ କଂଗ୍ରେସ ପ୍ରାର୍ଥୀଙ୍କୁ ଭୋଟ ଦେଇ ବିଜୟ କରିବାକୁ ଆହ୍ୱାନ ଦେଇଛନ୍ତି। ଜନସାଧାରଣଙ୍କୁ ସମ୍ବୋଧନ କରି କେନ୍ଦ୍ର ସରକାରଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ରାହୁଲ। ପ୍ରଥମ ଥର କୌଣସି ଦଳ କହିଛି ସମ୍ବିଧାନ ବଦଳାଇବ। ଦୁନିଆର କୌଣସି ଶକ୍ତି ସମ୍ବିଧାନକୁ ଛୁଇଁ ପାରିବେନି। ୨୨ ଶିଳ୍ପପତିଙ୍କୁ ୧୬ଲକ୍ଷ କୋଟି ଟଙ୍କା ଋଣ ଛାଡ କରିଛନ୍ତି କେନ୍ଦ୍ର ସରକାର। କୃଷି ଋଣ ଛାଡ କରିନାହାଁନ୍ତି। ଗରିବଙ୍କୁ ଋଣ ଛାଡ ତ ଦୂରର କଥା, ଲୋନ୍‌‌ ବି ଦେଇନାହାଁନ୍ତି।
କଂଗ୍ରେସ ସରକାରକୁ ଆସିଲେ ଜାତି ଜନଗଣନା ହେବ। ଜୁନ ୪ରେ ଦିଲ୍ଲୀରେ ଇଣ୍ଟି ମେଣ୍ଟ ସରକାର ଗଠନ ହେବ। ସରକାରକୁ ଆସିଲେ କୋଟିଏ ଲକ୍ଷପତି ସୃଷ୍ଟି କରିବ କଂଗ୍ରେସ। ପ୍ରତି ପରିବାରରେ ଜଣେ ଜଣେ ମହିଳାଙ୍କୁ ଲକ୍ଷପତି କରିବ କଂଗ୍ରେସ। ଜୁଲାଇ ୪ରେ ପ୍ରଥମ କିସ୍ତି ଭାବେ ୮୫୦୦ ଟଙ୍କା ମହିଳାଙ୍କୁ ଦିଆଯିବ। ବର୍ଷକୁ ୧ଲକ୍ଷ ଟଙ୍କା ପ୍ରତି ମହିଳାଙ୍କ ଖାତାକୁ ଯିବ ବୋଲି ରାହୁଲ କହିଛନ୍ତି। ସାରା ଦେଶରେ ବନ୍ଦ ହୋଇପଡିଥିବା କାରଖାନା ସବୁ ଚାଲୁ କରାଯିବ। ୩୦ଲକ୍ଷ ସରକାରୀ ଚାକିରି ଦେବ କଂଗ୍ରେସ।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories