www.samajalive.in
Friday, December 5, 2025
23.1 C
Bhubaneswar

ରାହୁଲ ଗାନ୍ଧୀ ଅସୁସ୍ଥ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଅସୁସ୍ଥ ଅଛନ୍ତି। ଯେଉଁଥିପାଇଁ ସେ ଗୋଟିଏ ପରେ ଗୋଟିଏ ପ୍ରଚାର କାର୍ଯ୍ୟକ୍ରମକୁ ରଦ୍ଦ କରୁଥିବା ସୂଚନା ମିଳିଛି। ହଠାତ୍‌ ଅସୁସ୍ଥ ହୋଇପଡ଼ିବା କାରଣରୁ ରାହୁଲଙ୍କ ନିର୍ବାଚନୀ ପ୍ରଚାର କାର୍ଯ୍ୟ ରଦ୍ଦ କରାଯାଇଥିବା କଂଗ୍ରେସ ପକ୍ଷରୁ କୁହାଯାଇଛି। ତେବେ ତାଙ୍କର କ’ଣ ହୋଇଛି ସେ ନେଇ ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ।

ସୋମବାର ରାହୁଲ କେରଳରେ କେତେକ ଜନସଭାରେ ଯୋଗଦେଇ ଦଳ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ସେସବୁ କାର୍ଯ୍ୟକ୍ରମକୁ ରଦ୍ଦ କରାଯାଇଥିବା କେରଳ ପ୍ରଦେଶ କଂଗ୍ରେସ କମିଟି (କେପିସିସି)ର କାର୍ଯ୍ୟକାରୀ ଅଧ୍ୟକ୍ଷ ଏମ.ଏମ. ହସନ କହିଛନ୍ତି।

- Advertisement -

ଗତକାଲି ଝାଡ଼ଖଣ୍ଡରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ହୋଇଥିବା ସଭାରେ ମଧ୍ୟ ରାହୁଲ ଗାନ୍ଧୀ ଯୋଗଦେଇ ନ ଥିଲେ। ଏ ସମ୍ପର୍କରେ କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ କହିଛନ୍ତି, ରାହୁଲ ସତନା ଏବଂ ରାଞ୍ଚିରେ ପ୍ରଚାର କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିଲେ। କିନ୍ତୁ ସେ ଅଚାନକ ଅସୁସ୍ଥ ହୋଇପଡ଼ିବାରୁ ନୂଆଦିଲ୍ଲୀରୁ ଆସିପାରି ନ ଥିଲେ। ସୂଚନାଯୋଗ୍ୟ, ରାହୁଲ କେରଳର ୱାୟନାଡ଼ ଲୋକସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ୁଛନ୍ତି। ଆସନ୍ତା ୨୬ ତାରିଖରେ କେରଳର ୨୦ ଲୋକସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories