www.samajalive.in
Wednesday, December 10, 2025
14.1 C
Bhubaneswar

ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଜାମିନ୍‌

ସୁଲତାନପୁର: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜାମିନ୍‌ ମିଳିଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ମାମଲାରେ ଉତ୍ତରପ୍ରଦେଶର ସୁଲତାନପୁରର ଏକ ସ୍ୱତନ୍ତ୍ର ଅଦାଲତ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ମଙ୍ଗଳବାର କଡ଼ା ସୁରକ୍ଷା ବଳୟ ମଧ୍ୟରେ ରାହୁଲ ଅଦାଲତରେ ହାଜର ହୋଇଥିଲେ। ସ୍ୱତନ୍ତ୍ର ଏମପି-ଏମଏଲଏ କୋର୍ଟ ମାଜିଷ୍ଟ୍ରେଟ ଯୋଗେଶ କୁମାର ଯାଦବ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଜାମିନ ଆବେଦନକୁ ମଞ୍ଜୁର କରିଛନ୍ତି। ୨୫-୨୫ହଜାର ଟଙ୍କାର ଦୁଇଟି ବଣ୍ଡ୍ ଜାମିନ ଦାଖଲ କରିବା ପରେ ରାହୁଲଙ୍କୁ ଜାମିନ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ୨୦୧୮ ମସିହା କର୍ଣ୍ଣାଟକ ବିଧାନସଭା ନିର୍ବାଚନ ସମୟରେ ରାହୁଲ ବେଙ୍ଗାଲୁରୁରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏକ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ବିଜେପି ନେତା ବିଜୟ ମିଶ୍ର ଅଭିଯୋଗ କରିଥିଲେ ଯେ, ରାହୁଲ ଗାନ୍ଧୀ ତାଙ୍କ ମନ୍ତବ୍ୟ ଜରିଆରେ ଶାହଙ୍କ ଭାବମୂର୍ତ୍ତିକୁ କ୍ଷୂର୍ଣ୍ଣ କରିଛନ୍ତି। ଏହାପ‌ରେ ସେ ରାହୁଲଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରିଥିଲେ। ରାହୁଲ ତାଙ୍କ ଭାଷଣ‌ରେ କହିଥିଲେ ଯେ, ବିଜେପିର ଯିଏ ଅଧ୍ୟକ୍ଷ ଅଛନ୍ତି ସେ ଜଣେ ହତ୍ୟା ଅଭିଯୁକ୍ତ। ସେ ସମୟରେ ଅମିତ ଶାହା ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories