www.samajalive.in
Friday, December 5, 2025
26.1 C
Bhubaneswar

ଦେଶରେ ସବୁଠାରୁ ଅଧିକ ବେରୋଜଗାର ଓଡ଼ିଶାରେ – ରାହୁଲ

ସୁନ୍ଦରଗଡ: ଓଡ଼ିଶାରେ ଦ୍ୱିତୀୟ ଦିନରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରା ଜାରି ରହିଛି । ବୁଧବାର ରାଉରକେଲା ଉଦିତନଗରରୁ ରାହୁଲଙ୍କ ପଦଯାତ୍ରା ଆରମ୍ଭ ହୋଇଛି । ପାନପୋଷ ଛକରେ ପହଂଚିବାରେ ସେଠାରେ ଜନସାଧାରଣଙ୍କୁ ସମ୍ବୋଧିତ କରି ରାହୁଲ କହିଛନ୍ତି ଓଡ଼ିଶାରୁ ଦାଦନ ଶ୍ରମିକ ବାହାର ରାଜ୍ୟକୁ କାମ କରିବାକୁ ଯାଉଛନ୍ତି । ୩୦ଲକ୍ଷ ଲୋକ କାମ କରିବାକୁ ବାହାରକୁ ଯାଉଛନ୍ତି । ଏଠାରେ ଆଦିବାସୀ ଓ ଦଳିତଙ୍କ ପ୍ରତି ଅତ୍ୟାଚାର ହେଉଛି । ଦେଶରେ ସବୁଠାରୁ ଅଧିକ ବେରୋଜଗାର ଓଡ଼ିଶାରେ ବୋଲି ରାହୁଲ କହିଛନ୍ତି । ପଦଯାତ୍ରା ଆରମ୍ଭ କରିବା ପୂର୍ବରୁ ରାହୁଲ ଗାନ୍ଧୀ ବେଦବ୍ୟାସ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories