www.samajalive.in
Monday, December 15, 2025
26.1 C
Bhubaneswar

ମୋଦୀ ସାଙ୍ଗିଆ ମାମଲା.. ଅଗଷ୍ଟ ୪ରେ ମାମଲାର ପରବର୍ତ୍ତୀ ଶୁଣାଣି..

ନୂଆଦିଲ୍ଲୀ : ମୋଦୀ ସାଙ୍ଗିଆ ମାମଲାରେ ଜଡିତ ମାନହାନୀ ମାମଲାରେ ଶୁକ୍ରବାର ଦିନ ସୁପ୍ରିମକୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆବେଦନ ଶୁଣାଣି କରିଛନ୍ତି। ଆବେଦନକାରୀ ପୂର୍ଣ୍ଣେଶ ମୋଦୀ ଓ ଗୁଜରାଟ ସରକାରଙ୍କୁ ନୋଟିସ୍‌‌ ହୋଇଛି। ୧୦ ଦିନ ମଧ୍ୟରେ ଉତ୍ତର ଦେବାକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀଙ୍କୁ ନୋଟିସ ଜାରି କରିଛନ୍ତି। ବିଜ୍ଞପ୍ତିର ଉତ୍ତର ଦାଖଲ କରିବାକୁ ପୂର୍ଣ୍ଣେଶ କୋର୍ଟରୁ ୨୧ ଦିନ ମାଗିଥିଲେ, କିନ୍ତୁ କୋର୍ଟ ତାଙ୍କୁ ୧୦ ଦିନ ଅନୁମତି ଦେଇଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୪ ରେ ହେବ।
ଏହାପୂର୍ବରୁ ଗୁଜରାଟ ହାଇକୋର୍ଟ ରାହୁଲ ଗାନ୍ଧୀଙ୍କ ଦଣ୍ଡ ଉପରେ ସ୍ଥଗିତ ରଖିବାକୁ ଏକ ଆବେଦନକୁ ଖାରଜ କରିଦେଇଥିଲେ। ଏହା ପରେ ପୂର୍ବତନ କଂଗ୍ରେସ ସଭାପତି ସର୍ବୋଚ୍ଚ ନ୍ୟାୟାଳୟରେ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିଥିଲେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories