www.samajalive.in
Sunday, December 7, 2025
26.1 C
Bhubaneswar

ମାଲ୍ୟା, ଅମ୍ବାନୀଙ୍କ ଟଙ୍କାରେ କୃଷକଙ୍କ ଋଣ ଛାଡ ହେବ: ରାହୁଲ

ରାୟପୁର : ଛତିଶଗଡରେ କଂଗ୍ରେସ କ୍ଷମତାକୁ ଆସିଲେ ୧୦ ଦିନ ମଧ୍ୟରେ କୃଷକଙ୍କ ସମସ୍ତ ଋଣ ଛାଡ କରାଯିବ ବୋଲି ଦଳର ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଘୋଷଣା କରିଛନ୍ତି। କୃଷକ ଋଣ ଛାଡ ପାଇଁ ଅର୍ଥ ବିଜୟ ମାଲ୍ୟା, ନିରବ ମୋଦୀ ଓ ଅନିଲ ଅମ୍ବାନୀଙ୍କ ଠାରୁ ଆସବ ବୋଲି ସେ କହିଛନ୍ତି। ଛତିଶଗଡର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପ୍ରଚାର ସଭାରେ ରାହୁଲ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଅଳ୍ପ କିଛି ଧନୀ ଲୋକଙ୍କର ୩.୫ ଲକ୍ଷ କୋଟି ଟଙ୍କାର ଋଣ ଛାଡ କରିଛନ୍ତି। ବିଜୟ ମାଲ୍ୟା ୧୦ହଜାର କୋଟି ଟଙ୍କା ଓ ନିରବ ମୋଦୀ ୩୫ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ଫାଙ୍କି ବିଦେଶ ପଳାଇ ଯାଇଛନ୍ତି। ଏପରି ଲୋକଙ୍କ ବିରୋଧରେ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ ହୋଇଛନ୍ତି। ସେହିପରି ଅନିଲ ଅମ୍ବାନୀଙ୍କୁ ରାଫେଲ ଦୁର୍ନୀତି ମାଧ୍ୟମରେ ୩୦ହଜାର କୋଟି ଟଙ୍କାର ଫାଇଦା ଦେଇଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories