www.samajalive.in
Saturday, December 6, 2025
26.1 C
Bhubaneswar

ମୋଦୀଙ୍କ ଉପରେ ବର୍ଷିଲେ ରାହୁଲ ଓ ଅଖିଳେଶ: କହିଲେ ଦୁର୍ନୀତିର ଚାମ୍ପିୟନ ବିଜେପି

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବାଦିକ ସମ୍ମିଳନୀ କରି ବିଜେପି ଉପରେ ବର୍ଷିଛନ୍ତି। ଅଖିଳେଶ କହିଛନ୍ତି ଯେ ଇଣ୍ଡିଆ ମେଣ୍ଟ ଉତ୍ତରପ୍ରଦେଶର ଗାଜିଆବାଦରୁ ଆରମ୍ଭ କରି ଗାଜିପୁର ପର୍ଯ୍ୟନ୍ତ ବିଜେପିକୁ ମୂଳପୋଛ କରିଦେବ। ବିଜେପି କେବଳ ମିଛ କହିବା କାମ କରେ। ସେହିପରି ରାହୁଲ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁର୍ନୀତିର ଚାମ୍ପିୟନ୍‌‌। ବର୍ତ୍ତମାନ ଦେଶରେ ଥିବା ମୁଖ୍ୟ ସମସ୍ୟାକୁ ନେଇ ବିଜେପି ସରକାର କୌଣସି ଆଲୋଚନା କରୁନାହାଁନ୍ତି। ଦେଶରେ ଚାଷୀ, ଯୁବକ, ମହିଳା ସମସ୍ତେ ଦୁଃଖରେ ଅଛନ୍ତି। ଚାଷୀଙ୍କ ଆୟ ଦୁଇ ଗୁଣା କରିବାକୁ କହିଥିଲେ, ଯୁବକଙ୍କୁ ରୋଜଗାର ଦେବାକୁ ପ୍ରତିଶ୍ରୁତି ଦେଇଥିଲେ ସେସବୁ କୁଆଡେ ଗଲା ବୋଲି ପ୍ରଶ୍ନ କରିଛନ୍ତି ରାହୁଲ। ଏହାସହିତ ମତଦାନ ଦିନ ସାବଧାନତାର ସହ ଭୋଟ ଦେବାକୁ କହିଛନ୍ତି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories