www.samajalive.in
Monday, December 15, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କୁ ଛାଡ଼ି ଅନ୍ୟ ସମସ୍ତଙ୍କର ସେନା ଉପରେ ଭରସା ରହିଛି: ରାହୁଲ

ନୂଆଦିଲ୍ଲୀ: ପୂର୍ବ ଲଦାଖରେ ଚୀନ ଏବଂ ଭାରତ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏହି ପ୍ରସଙ୍ଗରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ବାରମ୍ବାର ଟାର୍ଗେଟ କରିଆସୁଛନ୍ତି। ରବିବାର ରାହୁଲ ପୁଣି ଥରେ ଟ୍ବିଟ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି, ମୋଦୀଙ୍କୁ ଛାଡ଼ି, ଦେଶର ସମସ୍ତ ନାଗରିକଙ୍କର ଭାରତୀୟ ସେନାର କ୍ଷମତା ଉପରେ ଭରସା ଅଛି।

ରାହୁଲ ଟ୍ବିଟ୍‌ରେ ଲେଖିଛନ୍ତି, ସବୁ ନାଗରିକ ଭାରତୀୟ ସେନାର ଶକ୍ତି ଏବଂ ବୀରତା ଉପରେ ବିଶ୍ଵାସ କରୁଛନ୍ତି, କିନ୍ତୁ ପ୍ରଧାନମନ୍ତ୍ରୀଙ୍କୁ ଛାଡ଼ି, ଯିଏ ଚୀନକୁ ଆମ ଜାଗା କବ୍‌ଜା କରିବାକୁ ଅନୁମତି ଦେଇଛନ୍ତି। ଏହା ପୂର୍ବରୁ ଗତ ଶୁକ୍ରବାର ରାହୁଲ ଟ୍ବିଟ୍‌ କରି କହିଥିଲେ, ଭାରତ ସରକାର ଲଦାଖ ମାମଲାରେ ଚୀନର ଆଭିମୁଖ୍ୟକୁ ସାମ୍ନା କରିବାକୁ ଡରୁଛନ୍ତି। ଚୀନ ନିଜକୁ ପ୍ରସ୍ତୁତ କରୁଛି ଏବଂ ନିଜର ସ୍ଥିତିକୁ ମଜଭୁତ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସାହସର ଅଭାବ ଥିବା ଏବଂ ଗଣମାଧ୍ୟମ ସାମ୍ନାରେ ନୀରବତା ରକ୍ଷା କରୁଥିବାରୁ ଏହା ପାଇଁ ଭାରତକୁ ବହୁମୂଲ୍ୟ ଦେବାକୁ ପଡ଼ିବ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories