www.samajalive.in
Wednesday, December 10, 2025
14.1 C
Bhubaneswar

ନିର୍ବାଚନ ଆୟୋଗଙ୍କ ନିର୍ଦେଶ ଏକପାଖିଆ: ରାହୁଲ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନରେ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟକୁ ସମାଲୋଚନା କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ଶୁକ୍ରବାର ଦଳୀୟ ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରି ରାହୁଲ କହିଛନ୍ତି ଯେ, ଚଳିତ ନିର୍ବାଚନ ସମୟରେ ନିର୍ବାଚନ ଆୟୋଗ(ଇସି)ଙ୍କ କାର୍ଯ୍ୟ ସମ୍ପୂର୍ଣ୍ଣ ରୂପେ ଏକପାଖିଆ ହୋଇ ରହିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିର୍ବାଚନ ପ୍ରଚାର କାର୍ଯ୍ୟସୂଚୀକୁ ଦୃଷ୍ଟିରେ ରଖି ଇସି ସମସ୍ତ ପ୍ରକାର ନିର୍ଦେଶ ଦେଇଥିଲେ। ଏପରି କି ଇସି ବିଜେପି ସପକ୍ଷରେ କାର୍ଯ୍ୟ କରିଥିଲେ ବୋଲି ସେ କହିଛନ୍ତି। ରାହୁଲ ଆହୁରି କହିଛନ୍ତି ଯେ, ବିରୋଧୀ ଦଳ ହିସାବରେ କଂଗ୍ରେସର ଭୂମିକା ୧ ନମ୍ବରରେ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି କବଳରୁ ଦେଶରୁ ସାମ୍ବିଧାନିକ ପ୍ରତିଷ୍ଠାନକୁ ସୁରକ୍ଷା ଦେବାରେ କଂଗ୍ରେସ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା। ଶୁକ୍ରବାର ବିଜେପି ଅଧ୍ୟକ୍ଷ ଅମିତ ଶାହା ଓ ମୋଦୀ ଦଳୀୟ ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରିଥିବାବେଳେ ରାହୁଲ ମଧ୍ୟ ଦଳୀୟ କାର୍ଯ୍ୟାଳୟରେ ଅନୁରୂପ ସାମ୍ବାଦିକ ସମ୍ମିଳନୀ କରିଥିଲେ। ମୋଦୀ ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଥିବାରୁ ରାହୁଲ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଫେଲ ପ୍ରସଙ୍ଗରେ ବିତର୍କ ପାଇଁ ସେ ପ୍ରଧାନମନ୍ତ୍ରୀଙ୍କୁ ଆହ୍ବାନ ଦେଇଥିବାବେଳେ ସେ ଏହାକୁ କାହିଁକି ଗ୍ରହଣ କଲେ ନାହିଁ ବୋଲି ରାହୁଲ ପ୍ରଶ୍ନ କରିଛନ୍ତି। ସେହିପରି ନାଥୁରାମ ଗୋଡସେଙ୍କ ପ୍ରସଙ୍ଗରେ ବିଜେପି ନେତାମାନେ ଦେଇଥିବା ମନ୍ତବ୍ୟକୁ ରାହୁଲ ନିନ୍ଦା କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories