www.samajalive.in
Monday, December 8, 2025
14.1 C
Bhubaneswar

ମା ଗୃହ ୱାଡେନ୍ ଲକ୍ଷ୍ମୀ ମାଝି ମୃତ୍ୟୁ ଘଟଣା ;୧୨ ଘଣ୍ଟିଆ ରାୟଗଡା ବନ୍ଦ

ରାୟଗଡା : ତେଜୁଛି ମା ଗୃହ ୱାଡେନ୍ ଲକ୍ଷ୍ମୀ ମାଝି ମୃତ୍ୟୁ ଘଟଣା । ସିବିଆଇ ତଦନ୍ତ ଦାବିରେ ଆଦିବାସୀ ମହାସଂଘ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ ରାୟଗଡା ଜିଲା ବନ୍ଦ ଡାକରା ଦିଆଯାଇଛି। ଏଥିଲାଗି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ଜାରି ରହିବ । ବନ୍ଦ ପାଳନ ଯୋଗୁଁ ଜିଲାରେ ପ୍ରାୟ ସବୁ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକ ବନ୍ଦ ରହିଛି। ଦୋକାନ ବଜାର ସହ ଗାଡି ମଟର ଚଳାଚଳ ବି ପୁରା ଠପ୍ ହୋଇଯାଇଛି।
ସୂଚନା ମୂତାବକ ଲକ୍ଷ୍ମୀ ମାଝୀଙ୍କ ମୃତ୍ୟୁକୁ ୧୬ ଦିନ ବିତିଯାଇଛି।  ଏର୍ଯ୍ୟନ୍ତ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନାହିଁ। ସେପଟେ ଏହି ଘଟଣାରେ କିଛି ପ୍ରଭାବଶାଳୀ ବ୍ୟକ୍ତିଙ୍କର ହାତ ଥିବାରୁ ସରକାର ଏହାକୁ ଘଣ୍ଟ ଘୋଡାଉଥିବା ଅଭିଯୋଗ କରିଛି ସଂଘ । ତେଣୁ ମାମଲାର ସିବିଆଇ ତଦନ୍ତ ଦାବି କରି ଜିଲା ଆଦିବାସୀ ମହାସଂଘ ଜିଲାରେ ବନ୍ଦ ଡାକରା ଦେଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories