ଭୟଙ୍କର ରେଳ ଦୁର୍ଘଟଣା : ରେଳବାଇ ପକ୍ଷରୁ ସ୍ବତନ୍ତ୍ର ହେଲପ୍ ଲାଇନ୍ ନମ୍ବର
ରେଳମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ବର : ଆନ୍ଧ୍ର ପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଭୟଙ୍କର ରେଳ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଭାବିତ ପରିବାରଙ୍କ ପ୍ରତି ପ୍ରଧାନମନ୍ତ୍ରୀ ସମବେଦନା ଜଣାଇଛନ୍ତି । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କଥା ହୋଇ ଟ୍ରେନ୍ ଦୁର୍ଘଟଣା ସଂପର୍କରେ ବିସ୍ତୃତ ଭାବେ ଅବଗତ ହୋଇଛନ୍ତି।
ପରିସ୍ଥିତି ନିୟନ୍ତ୍ରଣ ମଧ୍ୟରେ ଥିବା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି । ଦୁର୍ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ରେଳମନ୍ତ୍ରୀ ସୂଚନା ଦେଇଛନ୍ତି ।
ତେବେ ଲୋକଙ୍କ ସହାୟତା ପାଇଁ ରେଳବାଇ ପକ୍ଷରୁ ସ୍ବତନ୍ତ୍ର ହେଲପ୍ ଲାଇନ୍ ନମ୍ବର ଜାରି କରାଇଛି।
Comments are closed.