www.samajalive.in
Saturday, December 13, 2025
15.1 C
Bhubaneswar

ନିରାପତ୍ତା କର୍ମଚାରୀ ପୁରସ୍କୃତ

ସମ୍ବଲପୁର : ପୂର୍ବତଟ ରେଳବାଇ ଅର୍ନ୍ତଗତ ସମ୍ବଲପୁର ରେଳ ମଣ୍ଡଳ ଅଧିନସ୍ଥ ରେଢ଼ାଖୋଲରେ କାର୍ଯ୍ୟରତ ରେଳ କର୍ମଚାରୀ ରୂପେଶ କର୍ମୀଙ୍କୁ ପୁରସ୍କୃତ କରାଯାଇଛି । ନିରାପତ୍ତା ପ୍ରତି ସଜାଗ, ସୁରକ୍ଷିତ ରେଳ ଚଳାଚଳ ପ୍ରତି କର୍ତ୍ତବ୍ୟ ନିଷ୍ଠା ଓ ନିରାପତ୍ତା ନିୟମ ଉପରେ ଭଲ ଦଖଲ ଯୋଗୁଁ ଏହି ପୁରସ୍କାର ତାଙ୍କୁ ପ୍ରଦାନ କରାଯାଇଛି । ସ୍ଥାନୀୟ ମଣ୍ଡଳ ରେଳ ପ୍ରବନ୍ଧକଙ୍କ କାର୍ଯ୍ୟାଳୟରେ ବିନୀତ ସିଂହ ତାଙ୍କୁ କର୍ତ୍ତବ୍ୟ ପ୍ରତି ନିଷ୍ଠା ଓ ସମର୍ପଣ ମାନ୍ୟତା ସ୍ୱରୂପ ପ୍ରମାଣପତ୍ର ଓ ନଗଦ ରାଶି ଦେଇ ସମ୍ମାନୀତ କରିଛନ୍ତି । ଏହି ଅବସରରେ ଅତିରିକ୍ତ ମଣ୍ଡଳ ପ୍ରବନ୍ଧକ ଆନନ୍ଦ ସିଂହ, ବରିଷ୍ଠ ମଣ୍ଡଳ ଯନ୍ତ୍ରୀ (ସମନ୍ୱୟ) ତତ୍ତ୍ୱଦର୍ଶି ସାହୁ, ବରିଷ୍ଠ ମଣ୍ଡଳ ନିରାପତ୍ତା ଅଧିକାରୀ ସନ୍ତୋଷ କୁମାର ଦେୱାଙ୍ଗନ ଓ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories