ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପ ମଞ୍ଜୁର କରାଯାଇଛି । ୨୫୦ କିଲୋମିଟର ଦୀର୍ଘ ଗୋପାଳପୁର-ରାୟଗଡା ନୂଆ ରେଳ ଲାଇନ ଓ ନୂଆପଡା-ଗୁଣୁପୁର-ଥେରୁବାଲି ରେଳ ଲାଇନର ଦୋହରୀକରଣ ପାଇଁ ଫାଇନାଲ ଲୋକେସନ ସର୍ଭେ ମଞ୍ଜୁର କରାଯାଇଛି। ଏହି ଦୁଇଟି ପ୍ରକଳ୍ପ ଦ୍ୱାରା ଓଡ଼ିଶା, ବିଶେଷକରି ଦକ୍ଷିଣ ଓଡିଶାରେ ରେଳ ଭିତ୍ତିଭୂମି ସହିତ ଅର୍ଥନୈତିକ ବିକାଶ ଆହୁରି ବ୍ୟାପକ ହେବ ।

ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କର ଫୋକସ୍‍ ଜାରି ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଦିଗ୍‍ଦର୍ଶନରେ ଓଡ଼ିଶା ବିକାଶର ଯେଉଁ ଲକ୍ଷ୍ୟ ରଖିଛି ତାହା ନିଶ୍ଚୟ ହାସଲ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.