www.samajalive.in
Sunday, December 7, 2025
23.1 C
Bhubaneswar

ଦୁର୍ଘଟଣା ସ୍ଥଳରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଡେସ୍କ : ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳ ଦୁର୍ଘଟଣା ସ୍ଥଳରେ ପହଞ୍ଚିଛନ୍ତି। ଦୁର୍ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରୁଛନ୍ତି ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ। ଉଦ୍ଧାର କାର୍ଯ୍ୟ ଓ ଚିକିତ୍ସା ଉପରେ ପ୍ରଥମେ ଗୁରୁତ୍ବ ଦିଆଯାଉଛି ବୋଲି ରେଳ ମନ୍ତ୍ରୀ କହିଛନ୍ତି। ଏହା ବଡ଼  ଦୁଃଖଦ ଦୁର୍ଘଟଣା, ଆହତଙ୍କୁ ଉଚ୍ଚମାନର ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। ଭୁବନେଶ୍ବର, କଲକାତା ଏମ୍ସରେ ଚିକିତ୍ସା ସୁବିଧା ଦିଆଯିବ । ଏମ୍ସ ବ୍ୟତୀତ କଟକ, ଭୁବନେଶ୍ବରରେ ମଧ୍ୟ  ଉଚ୍ଚମାନର ଚିକିତ୍ସା ସୁବିଧା ଦିଆଯିବ ବୋଲି  ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଛନ୍ତି ।


ଦୁର୍ଘଟଣାର ଏକ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ବୋଲି ଶ୍ରୀ ବୈଷ୍ଣବ ଦୋହରାଇଛନ୍ତି । ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ ଉଦ୍ଧାରକାରୀ ଦଳ ଓ ରେଳ ବିଭାଗର ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଦୁର୍ଘଟଣା ସ୍ଥଳରେ ପଡିଥିବା ବଗି ଓ ଇଞ୍ଜିନ ଭିତରକୁ ଯାଇ ନିଜେ ସ୍ଥିତି ପରଖିଛନ୍ତି ।

- Advertisement -

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories