www.samajalive.in
Sunday, December 14, 2025
17.1 C
Bhubaneswar

ଆଜିଠୁ ବଢ଼ିଲା ପ୍ଲାଟଫର୍ମ ଟିକେଟ୍‌ ମୂଲ୍ୟ  

ନୂଆଦିଲ୍ଲୀ: ପୁଣି ପ୍ଲାଟଫର୍ମ ଟିକେଟ୍‌ ମୂଲ୍ୟ ବଢ଼ାଇଲା ରେଳ ବିଭାଗ । କରୋନା ସମୟରେ ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ରେଳ ବିଭାଗ ପ୍ଲାଟଫର୍ମ ଟିକେଟ୍‌ ବଢ଼ାଇଥିବା ବେଳେ ପୁଣି ଥରେ ପ୍ଲାଟଫର୍ମ ଟିକେଟର ମୂଲ୍ୟ ବିଭାଗ ପକ୍ଷରୁ ବୃଦ୍ଧି କରାଯାଇଛି ।

ସୂଚନା ମୁତାବକ କେବଳ ମହାରାଷ୍ଟ୍ରର କିଛି ରେଳ ଷ୍ଟେସନରେ ପ୍ଲାଟଫର୍ମ ଟିକେଟ୍‌ ମୂଲ୍ୟ ବୃଦ୍ଧି କରାଯାଇଛି । ଏନେଇ ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ବିଭାଗ କହିଛି ଯେ, ବର୍ତ୍ତମାନ ଗରମ ଓ ଭିଡ଼କୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି । ସିଏସଏମଟି, ଦାଦର, ଏଲଟିଟି, ଠାଣେ, କଲ୍ୟାଣ ଓ ପନବେଲ ଷ୍ଟେସନରେ ଏହି ଟିକେଟ ମୂଲ୍ୟ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ମୂଲ୍ୟ ମେ’ ୯ ତାରିଖ ଅର୍ଥାତ ଆଜି ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯିବ । ଏହି ୧୫ ଦିନ ପାଇଁ ପ୍ଲାଟଫର୍ମ ଟିକେଟର ମୂଲ୍ୟ ୫୦ ଟଙ୍କା ରହିବ । ପୂର୍ବରୁ ପ୍ଲାଟଫର୍ମ ଟିକେଟ୍‌ ମୂଲ୍ୟ ଏହି ସବୁ ସ୍ଥାନରେ ୧୦ଟଙ୍କା ରହିଥିଲା ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories