www.samajalive.in
Monday, December 15, 2025
15.1 C
Bhubaneswar

୧୦ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସମ୍ବଲପୁର, ସୁନ୍ଦରଗଡ, ଦେଓଗଡ, କେନ୍ଦୁଝର, ଢେଙ୍କାନାଳ, କଟକ, ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ପକ୍ଷରେ ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁରର ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଉତ୍ତର ଓଡିଶା ସମେତ ଖୋର୍ଦ୍ଧା, ପୁରୀ, ନୂଆପଡା ଏବଂ କଳାହାଣ୍ଡି ସମେତ ଦକ୍ଷିଣ ଓଡିଶାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମତ୍ସଜିବୀମାନଙ୍କୁ ସମୁନ୍ଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡର ପାନପୋଷ ଠାରେ ୨୩ସେ.ମି, ସୁନ୍ଦରଗଡର ରାଜଗାଙ୍ଗପୁର ୧୮ସେ.ମି ଓ ସୁନ୍ଦରଗଡର ମନ୍ଦିରା ଡ୍ୟାମ ଅଞ୍ଚଳରେ ୧୭ସେ.ମି ବର୍ଷା ରେକର୍ଡ କରାଯାଇଛି।
ମଙ୍ଗଳବାର ମଧ୍ୟ ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ଝାରସୁଗୁଡା ଓ ବରଗଡ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories