www.samajalive.in
Tuesday, December 9, 2025
26.1 C
Bhubaneswar

ଉପକୂଳରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଘୂର୍ଣ୍ଣିବଳୟ ଏବଂ ଟ୍ରଫଲାଇନ ପ୍ରଭାବରେ ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ସ୍ଥାନରେ ବର୍ଷା ହୋଇଛି। ଶନିବାର ଭୋର ସମୟରେ ଭୁବନେଶ୍ବର ଓ କଟକ ସମେତ ବାଲେଶ୍ବର, ପାରାଦ୍ବୀପ, କେନ୍ଦୁଝରଗଡ଼, ସମ୍ବଲପୁର, ହୀରାକୁଦ, ଭବାନିପାଟଣା, ସୋନପୁରର କିଛି ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଆସନ୍ତାକାଲି ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବଜ୍ରପାତ କିମ୍ବା କୁଆପଥର ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ବାଲେଶ୍ବର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା ଓ ପୁରୀ ଆଦି ୧୦ଟି ଜିଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଆସନ୍ତା ୧୮ରୁ ୨୦ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଆଦି ୭ଟି ଜିଲାରେ କୁହୁଡ଼ିର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories