www.samajalive.in
Friday, December 5, 2025
26.1 C
Bhubaneswar

କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଗୁରୁବାର ସନ୍ଧ୍ୟା ସୁଦ୍ଧା ମୟୁରଭଞ୍ଜ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତା କାଲି ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ବେଳେ ୩୦ରେ ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ ଓ ସମ୍ବଲପୁର ଆଦି ୪ଟି ଜିଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବାନା ରହିଛି । ଏହି ସମୟରେ ଅନ୍ୟାନ୍ୟ ଅଞ୍ଚଳରେ ପାଗ ଶୁଖିଲା ରହିବ । ସେହିପରି ୩୧ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଏବଂ ରାଜ୍ୟର ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଓ ଢ଼େଙ୍କାନାଳ ଆଦି ୧୪ଟି ଜିଲରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories