www.samajalive.in
Saturday, December 6, 2025
15.1 C
Bhubaneswar

୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ସହ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କୋରାପୁଟ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସମୟରେ ବାହାରକୁ ନ ବହାରିବା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ଏହା ସହ ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରା ୧ରୁ ୨ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇବାର ମଧ୍ୟ ସମ୍ଭାବନା ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories