୨୪ଘଣ୍ଟା ମଧ୍ୟରେ ରାଜଧାନୀରେ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳବର୍ତ୍ତୀ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, ରାୟଗଡ଼ା, ଗଜପତି ଗଞ୍ଜାମ, କଟକ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଅନୁଗୋଳ ଓ କୋରାପୁଟ ହି ଜିଲା ଗୁଡିକରେ ବର୍ଷା ହେବାର ସମ୍ଭାବନା ରହିଛି। ଏଡି ସମୟରେ ୫୦ରୁ ୬୦ କି.ମି ବେଗରେ ପବନ ବହିବ ବୋଲି ଅନୁମାନ କରାଯାଇଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Leave A Reply