www.samajalive.in
Thursday, December 11, 2025
18.1 C
Bhubaneswar

୨୪ଘଣ୍ଟା ପରେ କମିବ ବର୍ଷା ପ୍ରକୋପ

ଭୁବନେଶ୍ୱର: ପଶ୍ଚିମବଙ୍ଗ ଉପକୂଳ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମି ସକ୍ରିୟ ହେବା ସହିତ ଗତ ୪୮ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ତେବେ ଘୂର୍ଣ୍ଣିବଳୟ ଏବେ ଝାଡ଼ଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ ଥିବାରୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବି​ଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଅନୁଗୋଳ ଆଦି ୭ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହାଛଡ଼ା ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, କୋରାପୁଟ, ବରଗଡ଼, ବଲାଙ୍ଗୀର, ସୋନପୁର ଓ ଖୋର୍ଦ୍ଧା ଆଦି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ଜିଲାଗୁଡ଼ିକ ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ପରବର୍ତ୍ତୀ ୨୪ଘଣ୍ଟାରେ ମଧ୍ୟମ ଧରଣର ବର୍ଷା ହେବ। ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ାରେ ସର୍ବାଧିକ ୧୪୧ମିମି ବର୍ଷା ରେକର୍ଡ଼ କରାଯାଇଛି। ସେହିପରି ସୁନ୍ଦରଗଡ଼ରେ ୧୦୪, ବାରିପଦାରେ ୬୨, ହୀରାକୁଦରେ ୪୨,ମାଲକାନଗିରିରେ ୪୪, ବଲାଙ୍ଗୀରରେ ୪୯, କଟକରେ ୪୪, ଭୁବନେଶ୍ବରରେ ୪୧, ସମ୍ବଲପୁରରେ ୪୦ମିମି, ଚାନ୍ଦବାଲିରେ ୨୬ ମିମି ବର୍ଷା ହୋଇଛି। ତେବେ ଆସନ୍ତା ୪୮ଘଣ୍ଟା ପରେ ରାଜ୍ୟରେ ବର୍ଷା ପ୍ରଭାବ କମିଯିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣତିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳୂିଥିବା ସୂଚନାରୁ ଜଣାପଡ଼ିଛି।

Hot this week

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

Related Articles

Popular Categories