ଭୁବନେଶ୍ୱର : ଝାଡ଼ଖଣ୍ଡ ସ୍ଥଳ ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ମାତ୍ର ଏହାର ପ୍ରଭାବରେ ପ୍ରବଳ ବର୍ଷାର ସମ୍ଭାବନା ନଥିବା ସହ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ସେହି ଜିଲା ଗୁଡ଼ିକ ହେଉଛି କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର ଓ ନୂଆପଡ଼ା। ଏହାସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷାର ପରିମାଣ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କୌଣସି ବଡ଼ ଧରଣର ବନ୍ୟା ଆଶଙ୍କା ନାହିଁ ବୋଲି ମଧ୍ୟ ଜଣାପଡ଼ିଛି। ଶୁକ୍ରବାର ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
Popular Categories



