www.samajalive.in
Friday, December 12, 2025
19.1 C
Bhubaneswar

ମୌସୁମି ସକ୍ରିୟ; ପାଞ୍ଚ ଦିନ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଅଞ୍ଚଳ ଦେଇ ମୌସୁମି ଟ୍ରଫଲାଇନ ଅତିକ୍ରମ କରିଥିବାରୁ ଏହାର ପ୍ରଭାବରେ ମୌସୁମି ସକ୍ରିୟ ହେବା ସହିତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିଛି। ଆସନ୍ତା ପାଞ୍ଚ ଦିନ ଧରି ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜାରି ସ୍ବତନ୍ତ୍ର ବୁଲେଟିନରେ କୁହାଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, କଟକ, ଖୋର୍ଦ୍ଧା, ପୁରୀ, ଭଦ୍ରକ, ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ଏବଂ ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କେନ୍ଦୁଝର, କନ୍ଧମାଳ, ବୌଦ୍ଧ ଓ ଢ଼େଙ୍କାନାଳରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ପରବର୍ତ୍ତୀ ୨୪ଘଣ୍ଟାରେ ଉଭୟ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବି​ଶେଷ କରି ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୭ରୁ ୨୯ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୋଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ ସମେତ କନ୍ଧମାଳ, ଗଜପତି, ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଦେବଗଡ଼ ଆଦି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଏସବୁ ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ବାଲେଶ୍ବରରେ ୪୯, ଚାନ୍ଦବାଲିରେ ୧୯, କଟକରେ ୪୪, ପାରାଦ୍ବୀପରେ ୨୯, ଭୁବନେଶ୍ବରରେ ୫୮, ଗୋପାଳପୁରରେ ୫୬, ପୁରୀରେ ୬୪, ବାରିପଦାରେ ୨୭, ଝାରସୁଗୁଡ଼ାରେ ୩୦, କେନ୍ଦୁଝରରେ ୩୨, ହୀରାକୁଦରେ ୨୮, କୋରାପୁଟରେ ୨୬ ଏବଂ ଫୁଲବାଣୀରେ ୩୦ ମିମି ବର୍ଷା ରେକର୍ଡ଼ କରାଯାଇଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories