www.samajalive.in
Saturday, December 6, 2025
26.1 C
Bhubaneswar

୯ ଯାଏଁ ଓଡ଼ିଶାରେ ବର୍ଷା ; ୧୦ ରୁ ବଢିପାରେ ଶୀତ

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୯ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ। ଏହାସହ ୧୦ ରୁ ଶୀତ ବଢିବ ବୋଲି ଜଣାପଡ଼ିଛି। ୧୦ ତାରିଖ ପରେ ବିଶେଷ କରି ରାତି ସମୟରେ ତାପମାତ୍ରା ୩ ରୁ ୫ଂ ଡ଼ିଗ୍ରୀ ହ୍ରାସ ପାଇବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆଜି ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ଢେଙ୍କାନାଳରେ ବର୍ଷା ହେବ। ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ କୁଆପଥର ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଜଗତସିଂହପୁର, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଉଛି। ୨୪ ଘଣ୍ଟାରେ ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ ଓ ଗଞ୍ଜାମକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।
ରାଜ୍ୟରେ ବର୍ଷା ନେଇ ସମସ୍ତ ଜିଲ୍ଲାପାଳଙ୍କୁ ଏସଆରସି ଚିଠି ଲେଖିଛନ୍ତି। ୧୦ ଯାଏଁ ସ୍ୱଳ୍ପ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ରହିବାକୁ ପରାମର୍ଶ ଦେଇଛନ୍ତି। ପବନ ସହ ଘୂର୍ଣ୍ଣିଝଡ଼ ସମ୍ଭାବନା ଥିବାରୁ ସ୍ଥିତି ଉପରେ ନଜର ରଖିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଆବଶ୍ୟକ ପଦକ୍ଷେପ ନେବା ସହ ଘନ କୁହୁଡ଼ି ପ୍ରତି ସତର୍କ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଘନ କୁହୁଡ଼ି ପଡ଼ିଥିଲେ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ପ୍ରତି ଦୃଷ୍ଟି ଦେବାକୁ , ପୁଲିସ ଓ ପରିବହନ ଅଧିକାରୀଙ୍କ ସହାୟତାରେ ଗାଡ଼ି ନିୟନ୍ତ୍ରଣ ପାଇଁ , ବର୍ଷା ତଥା କୁହୁଡ଼ି ଜନିତ ଅଘଟଣ ଘଟିଲେ ତ୍ୱରିତ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
କଳାହାଣ୍ଡି, କୋରାପୁଟ, ବଲାଙ୍ଗୀର ଓ ରାୟଗଡ଼ାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏହାସହ ଗତ ୨୪ ଘଣ୍ଟାରେ ଦାରିଙ୍ଗବାଡ଼ିରେ ୧୭ ମିମି, ବୌଦ୍ଧରେ ୧୬.୨ମିମି, ସୋନପୁରରେ ଓ ଫୁଲବାଣୀରେ ୭.୬ମିମି, କଟକ ଓ ଭବାନୀପାଟଣାରେ ୪.୦ ମିମି ବର୍ଷା ରେକର୍ଡ଼ କରାଯାଇଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories