www.samajalive.in
Wednesday, December 10, 2025
26.1 C
Bhubaneswar

୪୮ଘଣ୍ଟାରେ ଲଘୁଚାପ : ୧୦ରୁ ପ୍ରବଳ ବର୍ଷା

ଭୁବନେଶ୍ବର : ରାଜ୍ୟରେ ଗୋଟିଏ ଦୁଇଟି ଜିଲାକୁ ବାଦ ଦେଲେ ଅନ୍ୟାନ୍ୟ ଜିଲାରେ ତାତି କମିଛି। ତେବେ ଆସନ୍ତା ୪୮ଘଣ୍ଟା ଭିତରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୮ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ଅଧିକ
ସକ୍ରିୟ ହେବା ସହିତ ଜୁନ ୧୦ତାରିଖଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ମୁଖ୍ୟ ଏଚ.ଆର.ବିଶ୍ବାସ ସୂଚନା ଦେଇଛନ୍ତି।
ଲଘୁଚାପ ପ୍ରଭାବରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କୋରାପୁଟ ଓ ନବରଙ୍ଗପୁର ଆଦି ୬ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାଛଡ଼ା ଅନ୍ୟାନ୍ୟ ଜିଲାରେ ମଧ୍ୟମ ଧରଣର ବର୍ଷା ହେବ। ପରବର୍ତ୍ତୀ ଦୁଇ ଦିନରେ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବ।
ଆସନ୍ତାକାଲି ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ ମାଲକାନଗିରି, ଅନୁଗୋଳ, ଢ଼େଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି ଆଦି ଜିଲାରେ ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କୋରାପୁଟ, ଗଜପତି, ଗଞ୍ଜାମ, ଜଗତସିଂହପୁର, ନୟାଗଡ଼ ଆଦି ୧୧ଟି ଜିଲାରେ ଘଡ଼ଘଡ଼ି ସହିତ ବର୍ଷା ହେବ। ପରବର୍ତ୍ତୀ ତିନିଦିନ ବର୍ଷା ଲାଗିରହିବ। ବି​‌େଶଷ କରି ୮ରୁ ୧୦ତାରିଖ ମଧ୍ୟରେ ବିଭିନ୍ନ ସ୍ଥାନରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଶନିବାର ରାଜ୍ୟର ସର୍ବାଧିକ ତାପମାତ୍ରା ମାଲକାନଗିରିରେ ୪୧ ଡ଼ିଗ୍ରୀ ଥିବାବେଳେ ଟିଟିଲାଗଡ଼ରେ ୪୦.୫ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି। ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ ପାରଦ ୪୦ଡ଼ିଗ୍ରୀ ତଳେ ରହିଛି। ତେବେ ଅନ୍ୟାନ୍ୟ ଜିଲାରେ ତାପମାତ୍ରା କମ ଥିଲେ ହେଁ ବାୟୂମଣ୍ଡଳରେ ଅଧିକ ଆର୍ଦ୍ରତା ରହୁଥିବା କାରଣରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଗତ ୨୪ଘଣ୍ଟା ମଧ୍ୟରେ ବାଲେଶ୍ବରରେ ସର୍ବାଧିକ ୨୫ମିମି ବର୍ଷା ରେକର୍ଡ଼ ହୋଇଛି। ଗୋପାଳପୁର ଓ ଅନ୍ୟ କେତେକ ସ୍ଥାନରେ ବର୍ଷା ହୋଇଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories