www.samajalive.in
Monday, December 15, 2025
27.1 C
Bhubaneswar

ଆସୁଛି ଲଘୁଚାପ : ୨୩ ଯାଏଁ ଅଧିକାଂଶ ଜିଲାରେ ବର୍ଷା

ଭୁବନେଶ୍ୱର : ଓଡ଼ିଶା ଉପକୂଳର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ପ୍ରଭାବରେ ଆସନ୍ତା ସପ୍ତାହରେ ଅଧିକ ବର୍ଷାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୨୦ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସେପ୍‍ଟେମ୍ବର ୨୩ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲାରେ ବର୍ଷା ହେବ। ବର୍ଷାଜନିତ ପରିସ୍ଥିତି ପାଇ ସଜାଗ ରହିବାକୁ ଏସଆରସି ଜିଲା ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି। ଲଘୁଚାପ ସୃଷ୍ଟି ହେବା ପୂର୍ବରୁ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୯ରୁ ରାଜ୍ୟରେ କେତେକ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯିବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେପ୍‍ଟେମ୍ବର ୧୯ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୨୦ରେ ମାଲକାନଗିରି, କୋରାପୁଟ ନବରଙ୍ଗପୁର, ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏଠାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୧ରେ ସୋନପୁର, ସମ୍ବଲପୁର, ଅନୁଗୋଳ, ଦେବଗଡ଼, ବରଗଡ଼, ବୌଦ୍ଧ, ଯାଜପୁର, ଭଦ୍ରକ ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ମାଲକାନଗିରି, କୋରାପୁଟ, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସେସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଲଘୁଚାପ ସମୟରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ୪୫ରୁ ୫୫କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀ ୨୦ ତାରିଖ ସୁଦ୍ଧା ଫେରିଆସିବା ଏବଂ ୨୩ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଏବେ ରାଜ୍ୟରେ ଅଧିକାଂଶ ଅଞ୍ଚଳରେ ପାଗ ଶୁଖିଲା ଥିଲେ ହେଁ ଆସନ୍ତା ଦୁଇ ଦିନ ଧରି ରାଜ୍ୟର କିଛି ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ପ୍ରଶାସନକୁ ସଜାଗ ରଖିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସବୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories