www.samajalive.in
Monday, December 8, 2025
14.1 C
Bhubaneswar

୨୪ଘଣ୍ଟାରେ ଲଘୁଚାପ; ଦୁଇ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୪ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବାର ୨୪ଘଣ୍ଟା ଭିତରେ ଏହା ଘନୀଭୂତ ହେବା ସହିତ ଦୁଇଦିନ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ସ୍ୱତନ୍ତ୍ର ବୁଲେଟିନରୁ ସୂଚନା ମିଳିଛି।
ଲଘୁଚାପ ପ୍ରଭାବରେ ଆଜି ମାଲକାନଗିରି, କୋରାପୁଟ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ୭ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼, କଳାହାଣ୍ଡି ଆଦି ୧୦ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପରବର୍ତ୍ତୀ ୨୪ଘଣ୍ଟା ଅର୍ଥାତ ୨୧ରେ ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୋଳ, ନୂଆପଡ଼ା, ବଲାଙ୍ଗୀର ଓ ସୋନପୁର ଆଦି ୧୦ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ କଳାହାଣ୍ଡି, ନବରଙ୍ଗପୁର, ଢ଼େଙ୍କାନାଳ, ବୌଦ୍ଧ, ମୟୂରଭଞ୍ଜ, ଯାଜପୁର, କଟକ, ମାଲକାନଗିରି ଓ କୋରାପୁଟ ଆଦି ୯ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ୨୨ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼ ଆଦି ୫ଟି ଜିଲାରେ ବର୍ଷାର ସମ୍ଭାବନା ରହିଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କିନ୍ତୁ ୨୩ତାରିଖରୁ ବର୍ଷା ସଂକ୍ରାନ୍ତରେ କୌଣସି ସତର୍କ ସୂଚନା ନାହିଁ।
ଆଇଏମଡ଼ି ବୁଲେଟିନରେ କୁହାଯାଇଛି ଯେ, ଲଘୁଚାପ ପ୍ରଭାବରେ ୨୦ରୁ ୨୨ ପର୍ଯ୍ୟନ୍ତ ସମୁଦ୍ର ଉପକୂଳରେ ୪୫ରୁ ୫୫କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଯେଉଁସବୁ ଜିଲାରେ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ସେଠାରେ ସମ୍ଭାବ୍ୟ ବର୍ଷା ଓ ବନ୍ୟା ପରିସ୍ଥିତି ତଥା ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ଆଶଙ୍କା ଥିବାରୁ ଜିଲା ପ୍ରଶାସନକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରଖିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନର ତଥା ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ଆସନ୍ତାକାଲି ସକାଳ ସୁଦ୍ଧା ଦକ୍ଷିଣ ଚୀନ ସାଗରରୁ ମିଅାଁମାରକୁ ଆସୁଥିବା ବାତ୍ୟା ‘ନଉଲ’ ଲଘୁଚାପ ସହିତ ମିଶିଯିବା ପରେ ଏକ ବିସ୍ତୃତ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଓଡ଼ିଶା ଉପକୂଳରେ ରହିବ ଏବଂ ରାତିରେ ପଶ୍ଚିମ ମୁହାଁ ହୋଇ ଉତ୍ତର ଛତିଶଗଡ଼, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ସ୍ଥଳଭାଗକୁ ଗତି କରିବ। ଏହାର ପ୍ରଭାବରେ ରାଜ୍ୟରେ ୨୦ରୁ ୨୬ ପର୍ଯ୍ୟନ୍ତ ପାଗ ମେଘୁଆ ରହିବ ଏବଂ ଉଣା ଅଧିକେ ପ୍ରତିଦିନ ବର୍ଷା ହେବ। ତେବେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ଅପେକ୍ଷା ଓଡ଼ିଶାରେ କମ ବର୍ଷା ହୋଇପାରେ। ଆସନ୍ତାକାଲି ଦକ୍ଷିଣରେ ମଧ୍ୟମ, ଉପକୂଳରେ ଘଡ଼ଘଡ଼ି ସହିତ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବ। ୨୧ ଓ ୨୨ରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ସହିତ ୨୩ରେ କମିଯିବ। ୨୪ରୁ ୨୫ ତାରିଖ ମଧ୍ୟରେ ବିସ୍ତୃତ ଅଞ୍ଚଳରେ ବିଶେଷ କରି ଉତ୍ତର ଓ ଉପକୂଳରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories