www.samajalive.in
Saturday, December 13, 2025
26.1 C
Bhubaneswar

ଲଘୁଚାପ ଘନୀଭୂତ, ୬ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ୱର : ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଘନୀଭୂତ ହେବା ସହିତ ଏହାର ପ୍ରଭାବରେ ଗତକାଲି ରାତିଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଲଘୁଚାପ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।
ଲଘୁଚାପ ପ୍ରଭାବରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ସୁଦ୍ଧା ଗଞ୍ଜାମ, ବଲାଙ୍ଗୀର, ସୋନପୁର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୫ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହିତ କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ଅନୁଗୋଳ, କଟକ, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ସମ୍ବଲପୁର ଆଦି ଜିଲାରେ ପ୍ରବଳ
ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତାକାଲି ସକାଳ ୮ଟା ୩୦ ଠାରୁ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଓ କନ୍ଧମାଳ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆସନ୍ତା ୩ତାରିଖରେ କେନ୍ଦୁଝର, ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ଢ଼େଙ୍କାନାଳ ଓ କଟକ ଆଦି ୭ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାଛଡ଼ା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଆଦି ୧୦ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନୁରୂପ ଭାବେ ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗିରହିବ ବୋଲି ସୂଚନା ମିଳିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଉପକୂଳ ଅଞ୍ଚଳରେ ଘଣ୍ଟାକୁ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀ ଆସନ୍ତା ୫ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି। ଲଘୁଚାପଜନିତ ବର୍ଷା ଯୋଗୁଁ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହେବାର ସମ୍ଭାବନା ଥିବାରୁ ପରିସ୍ଥିତି ଉପରେ ସଜାଗ ଦୃଷ୍ଟି ରଖିବା ନିମନ୍ତେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସବୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।
ଶିକ୍ଷା ଓ ଅନୁସନ୍ଧାନ(ଡ଼ିମ୍‍ଡ଼ ଟୁ ବି ୟୁନିଭର୍ସିଟି) ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ଯେ ଓଡ଼ିଶା ଉପକୂଳରେ ଅକ୍ଟୋବର ୪ ପର୍ଯ୍ୟନ୍ତ ଲଘୁଚାପର ପ୍ରଭାବ ରହିବ। ତେବେ ଘୂର୍ଣ୍ଣିବଳୟର ପ୍ରଭାବରୁ ୬ତାରିଖ ପର୍ଯ୍ୟନ୍ତ ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶା ଜିଲାଗୁଡ଼ିକରେ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ୪ରୁ ୬ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲାରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହିତ ଉପକୂଳବର୍ତ୍ତୀ ଜିଲାରେ ୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଅକ୍ଟୋବର ୬ ତାରିଖ ପରେ ଘୂର୍ଣ୍ଣିବଳୟ ମହାରାଷ୍ଟ୍ର ଓ ଗୁଜରାଟ ମୁହାଁଇବାର ସମ୍ଭାବନା ଥିବାବେଳେ ଦକ୍ଷିଣ ପଶ୍ଚିମ ମୌସୁମି ଅକ୍ଟୋବର ୧୫ ପରେ ଓଡ଼ିଶାରୁ ଫେରିଯାଇପାରେ ବୋଲି ଆକଳନ କରାଯାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories