www.samajalive.in
Sunday, December 7, 2025
26.1 C
Bhubaneswar

୧୨ ଜିଲାକୁ ବର୍ଷା ସତର୍କତା

ଭୁବନେଶ୍ୱର : ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଉତ୍ତର ପଶ୍ଚିମ ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବାବେଳେ ଆସନ୍ତା ୬ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ ବୋଲି ସୂଚନା ମିଳିଛି। ଗତ ୨୪ଘଣ୍ଟାରେ ବାଲେଶ୍ୱରରେ ସର୍ବାଧିକ ୧୨୧ ମିମି ବର୍ଷା ରେକର୍ଡ଼ କରାଯାଇଥିବାବେଳେ ଚାନ୍ଦବାଲିରେ ୭୨, ପୁରୀରେ ୬୭, ନୟାଗଡ଼ରେ ୪୭, ସମ୍ବଲପୁରରେ ୪୬, ବଲାଙ୍ଗୀରରେ ୩୮, କଟକରେ ୩୭ ମିମି ବର୍ଷା ହୋଇଛି।
ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ଜାରି ସ୍ୱତନ୍ତ୍ର ବୁଲେଟିନ ସୂଚନା ଅନୁସାରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ତଥା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଲଘୁଚାପ ଏବଂ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ଓଡ଼ିଶାରେ ଏବେ ସକ୍ରିୟ ରହିଛି। ଲଘୁଚାପ ପ୍ରଭାବରେ ଆଜି ରାତିରେ ମୟୂରଭଞ୍ଜ ଓ କେନ୍ଦୁଝରଠାରୁ ଆରମ୍ଭ କରି ସାରା ଉପକୂଳରେ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୧୨ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାର ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୪ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ସମ୍ବଲପୁର, ଅନୁଗୋଳ, ମୟୂରଭଞ୍ଜ, କଟକ, ଢ଼େଙ୍କାନାଳ ଓ ଗଞ୍ଜାମ ଆଦି ୧୪ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ୫ତାରିଖରେ ୧୩ଟି ଜିଲା ଏବଂ ୬ତାରିଖରେ ୪ଟି ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଜନସାଧାରଣ ସତର୍କ ରହିବାକୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଲଘୁଚାପ ବର୍ଷା ସହିତ ସମୁଦ୍ର ଉପକୂଳରେ ଘଣ୍ଟାକୁ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀ ଆସନ୍ତା ୫ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ କରିଦିଆଯାଇଛି। ଏଥିସହିତ ଲଘୁଚାପଜନିତ ବର୍ଷା ସମୟରେ କୌଣସି ପ୍ରକାର ସମ୍ଭାବ୍ୟ ଅଘଟଣ ଏବଂ ଜଳ ନିଷ୍କାସନ ପାଇଁ ପ୍ରସ୍ତୁତ ରହିବା ସହିତ ଓ ଭୂସ୍ଖଳନ ଆଶଙ୍କା ଥିବା ଅଞ୍ଚଳରେ ପ୍ରଶାସନ, ଉଦ୍ଧାରକାରୀ ଦଳକୁ ସଜାଗ ରଖିବା ନିମନ୍ତେ ସ୍ୱତନ୍ତ୍ର ରିଲିଫ କମିଶନର ସବୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories