ଆସନ୍ତାକାଲିଠାରୁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଦକ୍ଷିଣ ଓଡ଼ିଶା, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ସାତ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ତେବେ ୫ ତାରିଖରୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ ଓ ଯାଜପୁରରେ ପ୍ରବଳ ବର୍ଷା ହେବ। ୬ ତାରିଖରେ ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ୭ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି। ମୌସୁମି ଦୁର୍ବଳ ଥିଲେ ମଧ୍ୟ ସପ୍ତାହେ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ର ଟେନସାଠାରେ ସର୍ବାଧିକ ୬ ସେମି ବର୍ଷା ରେକର୍ଡ କରାଯାଇଛି। ସେହିପରି ସମ୍ବଲପୁରର ହୀରାକୁଦ, ଝାରସୁଗୁଠାର ଦେଓଗାଁ ଓ ସମ୍ବଲପୁରର ବୁର୍ଲାଠାରେ ୪ ସେମି ଲେଖାଏଁ ବର୍ଷା ରେକର୍ଡ କରାଯାଇଛି।