୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା
ଭୁବନେଶ୍ୱର : ରାଜ୍ୟରେ ବର୍ଷା ଓ ବନ୍ୟାର ପ୍ରକୋପ ହ୍ରାସ ପାଇଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା ଓ ବାଲେଶ୍ୱର ଜିଲ୍ଲାର କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାଜ୍ୟର ଅନ୍ୟାନ୍ୟ ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି।
ତେବେ ଆସନ୍ତା ୨୯ ଓ ୩୦ ତାରିଖ ସୁଦ୍ଧା ରାଜ୍ୟରେ ଆଉ ଏକ ଲଘୁଚାପର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।