www.samajalive.in
Friday, December 5, 2025
23.1 C
Bhubaneswar

ଆସୁଛି ଲଘୁଚାପ, ତିନିଦିନ ବର୍ଷା

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଆସନ୍ତା ୬ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏବେ ଉତ୍ତରପଶ୍ଚିମ ବଙ୍ଗୋପସାଗର, ପାର୍ଶ୍ବବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ମଧ୍ୟରେ ଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୫ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ୬ ଓ ୭ତାରିଖରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।
ଆସନ୍ତା ୫ତାରିଖରେ ଉତ୍ତର ଓଡ଼ିଶା ଉପକୂଳର ଅଧିକାଂଶ ସ୍ଥାନରେ ଏବଂ ରାଜ୍ୟର ଅନ୍ୟ କେତେକ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ପୁରୀର ଅଧିକାଂଶ ଅଞ୍ଚଳରେ ବର୍ଷାର ସମ୍ଭାବନା ଥିବାବେଳେ ଗଞ୍ଜାମ, ଖୋର୍ଦ୍ଧା ଓ ଉତ୍ତର ଓଡ଼ିଶା ଉପକୂଳରେ ଅତି ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୬ତାରିଖରେ ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ। ବିଶେଷ କରି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳର ଅଧିକାଂଶ ସ୍ଥାନରେ ବର୍ଷାର ସମ୍ଭାବନା ଥିବାବେଳେ ୭ତାରିଖରେ ମଧ୍ୟ ବର୍ଷା ପ୍ରଭାବ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ଆସନ୍ତା ୬ରୁ ୭ତାରିଖ ମଧ୍ୟରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରକୁ ଯାଇଛନ୍ତି ସେମାନେ ୫ତାରିଖ ସୁଦ୍ଧା ଫେରିଆସିବାକୁ ସୂଚନା ଦିଆଯାଇଛି।
ଗତ ୨୪ଘଣ୍ଟା ମଧ୍ୟରେ ଗୋପାଳପୁରରେ ସର୍ବାଧିକ ୬୭ମିମି ବର୍ଷା ହୋଇଥିବାବେଳେ ଅନୁଗୋଳରେ ୧୮, ବାରିପଦାରେ ୧୨, ସମ୍ବଲପୁରରେ ୧୬, ତାଳଚେରରେ ୩୬, ମାଲକାନଗିରିରେ ୨୮, ଢ଼େଙ୍କାନାଳରେ ୧୮, କୋରାପୁଟରେ ୧୦, ଭବାନିପାଟଣା ଓ ବାଲେଶ୍ୱରରେ ୯ ମିମି ବର୍ଷା ହୋଇଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories