www.samajalive.in
Saturday, December 13, 2025
17.1 C
Bhubaneswar

ପ୍ରବଳ ବର୍ଷା ସମ୍ଭାବନା: ୧୧ଟି ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବରେ ବାଂଲାଦେଶ ଓ ପଶ୍ଚିମବଙ୍ଗର ଉତ୍ତରପଶ୍ଚିମରେ ସମୁଦ୍ରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ସମୁଦ୍ର ଉପରେ ସ୍ଥଳଭାଗରେ ୭.୬ କିମି ଉଚ୍ଚରେ ସୃଷ୍ଟ ଏହି ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଦିଲ୍ଲୀ, ଉତ୍ତରପ୍ରଦେଶ ଓ ପଶ୍ଚିମ ବିହାର ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଅଞ୍ଚଳର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ପ୍ରବଳରୁ ପ୍ରବଳ ବର୍ଷା ହେବା। ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କଟକ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେଉଁଝରରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହ ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories