www.samajalive.in
Sunday, December 14, 2025
17.1 C
Bhubaneswar

ଲଘୁଚାପ ଘନୀଭୁତ : ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟିଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇ  ଘନୀଭୁତ ହୋଇଛି। ଫଳରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ସୋନପୁର, ଗଜପତି, ଗଞ୍ଜାମ,ପୁରୀ, ବରଗଡ଼, ଖୋର୍ଦ୍ଧା ଓ ନୟାଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଲଘୁଚାପ ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ୟ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଅନୁମାନ କରାଯାଉଛି।
ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ସୋମବାର ମଧ୍ୟ ରାଜ୍ୟ ତମାମ ବର୍ଷା ଜାରି ରହିବା ସହିତ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ସମ୍ବଲପୁର ବୌଦ୍ଧ, ଜଗତସିଂହପୁର ଏବଂ କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଆସନ୍ତା କାଲି ଠାରୁ ୧୫ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ସହିତ ସମୁଦ୍ର ଉପକୂଳରେ ପବନର ବେଗ ବଢ଼ିବାର ସମ୍ଭାବନା ଥିବାରୁ ଏଥିପାଇଁ ମତ୍ସ୍ୟଜୀବୀ ମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଗତ ୨୪ଘଣ୍ଟା ମଧ୍ୟରେ ବିନିକାରେ ସର୍ବାଧିକ ୧୩ ସେମି ବର୍ଷା ରେକର୍ଡ଼ କରାଯାଇଛି। ସେହିପରି ଟିଟିଲାଗଡ଼ ଓ ବିଜେପୁରରେ ୧୦ସେମି ଲେଖାଁଏ ବର୍ଷା ରେକର୍ଡ଼ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories