ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବାନା

0

ଭୁବନେଶ୍ୱର: ଲଘୁଚାପ ବଳୟ ବଙ୍ଗୋପସାଗରର ଦକ୍ଷିଣ ପୂର୍ବ ଦିଗରୁ ଉତ୍ତରପୂର୍ବ ଦିଗକୁ ଗତି କରିବ । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ଅନେକ ସ୍ଥାନରେ ବର୍ଷା ହେବ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଦେବଗଡ, ସମ୍ବଲପୁର, ସୋନପୁର, ବରଗଡ, ଝାରସୁଗୁଡା, ବଲାଙ୍ଗିର ଓ କେନ୍ଦୁଝର ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଥିବା ବେଳେ ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରପଡା, ଯାଜପୁର, ଭଦ୍ରକ, ସୁନ୍ଦରଗଡ, ନବରଙ୍ଗପୁର ଓ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିଥିବାରୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ବାରଣ କରାଯାଇଛି । ଶନିବାର ଓଡିଶାରେ ସର୍ବାଧିକ ତାପମାତ୍ରା ୩୩.୬ ଡିଗ୍ରୀ ସେଲସିୟସ ପୁରୀରେ ଏବଂ ସର୍ବନିମ୍ନ ୧୮ ଡିଗ୍ରୀ ସେଲସିୟସ ସୁନ୍ଦରଗଡରେ ରେକର୍ଡ କରାଯାଇଛି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ଜଣାପଡିଛି । ଯାଜପୁରରେ ସର୍ବାଧିକ ୨୩ ସେମି ବର୍ଷା ଓ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡେଇରେ ୨୧ ସେମି ବର୍ଷା ରେକର୍ଡ କରାଯାଇଛି ।

Leave A Reply