www.samajalive.in
Tuesday, December 9, 2025
15.1 C
Bhubaneswar

୧୬ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର, ବାଂଲାଦେଶର ଆଖାପଖ ଅଞ୍ଚଳ ଓ ପଶ୍ଚିମବଙ୍ଗର ସମୁଦ୍ର ପତ୍ତନ ଠାରୁ ୪.୫ କିମି ଉପରେ ପୂର୍ଣ୍ଣି ବଳୟ ଘନୀଭୂତ ହୋଇଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଲଘୁଚାପ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲା​‌ର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଏବଂ ଅନୁଗୁଳ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଢେଙ୍କାନାଳ, ପୁରୀ ଓ ଖୋର୍ଦ୍ଧା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଗାମୀ ୫ ଦିନ ପର୍ୟ୍ୟନ୍ତ ଉପକୂଳ ଓଡିଶାର ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି । ସେହିପରି ବୁଧବାର ସମଗ୍ର ରାଜ୍ୟରେ ବର୍ଷା ହେବାର ସମ୍ଭାବାନା ରହିଛି ।

- Advertisement -

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ବର୍ଷା ହୋଇଥିବା ଜଣାପଡିଛି । ଢେଙ୍କାନାଳ ଜିଲା ଖଇରମାଳ ଅଞ୍ଚଳରେ ସର୍ବଧିକ ୫ ସେମି ବର୍ଷା ରେକର୍ଡ କରାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories