www.samajalive.in
Tuesday, December 9, 2025
15.1 C
Bhubaneswar

୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଲଘୁଚାପ ଓ ଦକ୍ଷିଣ ଓଡ଼ିଶାରେ ଘୂର୍ଣ୍ଣିବଳୟର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବୁଧବାର ସକାଳୁ ବର୍ଷା ଲାଗି ରହିଛି । କଟକ – ଭୁବନେଶ୍ବର ସମେତ ରାଜ୍ୟର  କେତେକ ସ୍ଥାନରେ ବର୍ଷା ଲାଗି ରହିଛି। ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର,  ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କଳାହାଣ୍ଡି, ଓ କନ୍ଦମାଳ ଆଦି ୧୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେହିପରି କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ଯାଜପୁର, କଟକ, ଢ଼େଙ୍କାନାଳ ଏବଂ ନୟାଗଡ଼ ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

- Advertisement -

ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜର ଚନ୍ଦନପୁରରେ ସର୍ବାଧିକ ୭ ସେ.ମି ବର୍ଷା ରେକର୍ଡ କରାଯାଇଥିବା ବେଳେ ତିରିଂ, ଯଶୀପୁର ଚମ୍ପୁଆ, ଜାମଶୋଳା ଘାଟରେ ୫ ସେ.ମି ଲେଖାଁଏ ବର୍ଷା ରେକର୍ଡ କରାଯାଇଛି। ଗୁରୁବାର ମଧ୍ୟ ରାଜ୍ୟର ଅନେକ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories