ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

0

କଟକ: ପ୍ରାକ୍ ମୌସୁମୀ ପ୍ରଭାବରେ ଓଡିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରପଡା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ ଓ ଖୋର୍ଦ୍ଧା ଜିଲାରେ ଘଡଘଡି ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । କେତେକ ସ୍ଥାନରେ ବଜ୍ରପାତ ହେବାର ଆଶଙ୍କା କରାଯାଉଛି । ସୂଚନାଯୋଗ୍ୟ, ଗତକାଲି ବାଲେଶ୍ବର ରାଜଘାଟରେ ୫ ସେମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି ।

Leave A Reply