www.samajalive.in
Saturday, December 13, 2025
15.1 C
Bhubaneswar

ପାରାଦ୍ୱୀପରେ ୪୧ସେ.ମି : ୧୦ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଓ ଏହାର ଆଖପାଖ ଅଞ୍ଚଳ ପଶ୍ଚିମ ବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶାରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଅନ୍ୟ ପକ୍ଷରେ ରାଜ୍ୟରେ ମୌସୁମୀ ପ୍ରବାହ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେପାରାଦ୍ୱୀପଠାରେ ସର୍ବାଧିକ ୪୧ ସେ.ମି ବର୍ଷା ରେକର୍ଡ କରାଯାଇଛି। ସେହିପରି କୁଜଙ୍ଗ ଠାରେ ୩୭ ସେ.ମି, କେନ୍ଦ୍ରାପଡା ଓ ମାର୍ଶାଘାଇରେ ୩୪ ସେ.ମି ଲେଖାଁଏ, ପଟ୍ଟାମୁଣ୍ଡାଇରେ ୩୧, ଡେରାବିଶରେ ୩୦ ଓ ବରୀରେ ୨୭ ସେ.ମି ବର୍ଷା ରେକର୍ଡ କରାଯାଇଛି।

- Advertisement -

ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର, ଯାଜପୁର, କଟକ, କେନ୍ଦୁଝର, ଢ଼େଙ୍କାନାଳ, ଦେବଗଡ଼,ସମ୍ବଲପୁର ଏବଂ ସୁବର୍ଣ୍ଣପୁର ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ ଗୋଟିଏ ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ସେହିପରି ବାଲେଶ୍ୱର, ମୟୂରଭଞ୍ଜ,ଅନୁଗୋଳ,ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ନୟାଗଡ, ଖୋର୍ଦ୍ଧା,ପୁରୀ,କନ୍ଧମାଳ, କଳାହାଣ୍ଡି,ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories