www.samajalive.in
Friday, December 5, 2025
26.1 C
Bhubaneswar

ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନର ୭.୬ କିମି ଉଚ୍ଚତାରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା କିଛି ଘଣ୍ଟା ମଧ୍ୟରେ ଏହା ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ଉତ୍ତର ଦିଗରେ ଗତି କରି ଉତ୍ତର ବଙ୍ଗୋପ ସାଗରରେ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଗୋଟିଏ ବା ଦୁଇ ଘଡଘଡି ସହ ପ୍ରବଳ ବର୍ଷ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ଉପକୂଳ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ଫିରିଙ୍ଗିଆରେ ସର୍ବାଧିକ ୬ସେମି ବର୍ଷା ରେକର୍ଡ କରାଯାଇଛି ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories