www.samajalive.in
Friday, December 5, 2025
26.1 C
Bhubaneswar

ଆସୁଛି ଲଘୁଚାପ; ୧୦ରୁ ବର୍ଷା

ଭୁବନେଶ୍ୱର : ଦେଶର ଉତ୍ତରପଶ୍ଚିମାଞ୍ଚଳ ରାଜ୍ୟ, ପଶ୍ଚିମବଙ୍ଗ, ସିକିମ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରୁ ମୌସୁମି ଫେରୁଥିବାବେଳେ ଆଜି ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ସମ୍ପୂର୍ଣ୍ଣ ଅପସରିଯାଇଛି। ଓଡ଼ିଶାରୁ ଏବେ ବର୍ଷା ଛାଡ଼ିଯାଇଥିବାବେଳେ ଆଗାମୀ ୪ ଦିନ ଧରି ପାଗ ଶୁଖିଲା ରହିବ ବୋଲି ସୂଚନା ମିଳିଛି। ଏବେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର ଶ୍ରୀଲଙ୍କା-ତାମିଲନାଡ଼ୁ ଉପକୂଳ ଏବଂ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୮ସୁଦ୍ଧା ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ମୁଖ୍ୟ ଏଚ.ଆର.ବିଶ୍ୱାସ କହିଛନ୍ତି। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଘନୀଭୂତ ହୋଇ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳକୁ ପରବର୍ତ୍ତୀ ୭୨ଘଣ୍ଟାରେ ଅଗ୍ରସର ହୋଇପାରେ। ଏହାର ପ୍ରଭାବରେ ଆସନ୍ତା ୧୦ତାରିଖରୁ ଓଡ଼ିଶା ଉପକୂଳ ଓ ଦକ୍ଷିଣରେ ବର୍ଷାର ସମ୍ଭାବନା ରହିଛି। ଅକ୍ଟୋବର ୧୧ସୁଦ୍ଧା ଲଘୁଚାପ ଓଡ଼ିଶା ଉପକୂଳ ଛୁଇଁବ ଏବଂ ଦକ୍ଷିଣରୁ ଉତ୍ତରକୁ ଗତି କରି ଅବପାତରେ ପରିଣତ ହୋଇପାରେ। ଅକ୍ଟୋବର ୧୨ସୁଦ୍ଧା ଏହା ଓଡ଼ିଶା ଅତିକ୍ରମ କରିବା ନେଇ ଆକଳନ କରାଯାଇଛି। ଅକ୍ଟୋବର ୧୧ରୁ ୧୩ ଭିତରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, କଟକ, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜରେ ବର୍ଷାର ସମ୍ଭାବନା ରହିଛି। ଏହା ପୂର୍ବରୁ ଆସନ୍ତା ୧୨ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ଆରବସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅବପାତରେ ପରିଣତ ହେବା ସହିତ ଉତ୍ତରପଶ୍ଚିମରେ ଗତି କରିବ। ପରବର୍ତ୍ତୀ ୨୪ଘଣ୍ଟାରେ ଅବପାତ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଓମାନ ଉପକୂଳକୁ ମୁହାଁଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories