www.samajalive.in
Friday, December 5, 2025
26.1 C
Bhubaneswar

ଆସନ୍ତା କାଲିରୁ ବର୍ଷା ସମ୍ଭାବନା; ୬ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ‘ପେଥାଇ’ର ରୂପ ନେଇ ଆନ୍ଧ୍ରପ୍ରଦେଶ ଆଡକୁ ମୁହାଁଇଛି । ଏହାର ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ବିଶେଷ କରି ୬ଟି ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ଏହି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ଅମଳ ହୋଇଥିବା ଫସଲର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ହୋଇଛି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଓୟୁଟି ଓ କୃଷି ବିଭାଗ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି ବୋଲି ଜଏଣ୍ଟ ରିଲିଫ୍ କମିଶନର ପ୍ରଭାତ ରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି।

ଆସନ୍ତା ୨୪ ଘଣ୍ଟାରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇ ୧୭ ତାରିଖ ସୁଦ୍ଧା ଆନ୍ଧ୍ରପ୍ରଦେଶର କାକିନାଡା ଏବଂ ଓଙ୍ଗଲ ସ୍ଥଳଭାଗ ଛୁଇଁବ । ଏହା ସହ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ରେ ରୂପ ନେବାର ସମ୍ଭାବନା ଥିବାରୁ ରାଜ୍ୟର ସମସ୍ତ ବନ୍ଦରରେ ୧ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ଆସନ୍ତା ୧୬ ଏବଂ ୧୭ ତାରିଖରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବାନା ରହିଛି । ଆସନ୍ତାକାଲି ଠାରୁ ସାରା ରାଜ୍ୟରେ ବର୍ଷା ହେବା ସହ କୋହଲା ପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories